ପ୍ରେସ କାଉନସିଲ ଅଫ ଇଣ୍ଡିଆ ନାମ ବ୍ୟବହାରକୁ ବାରଣ

ଭୁବନେଶ୍ୱର- ଭାରତୀୟ ପ୍ରେସ ପରିଷଦ ହେଉଛି ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଏକ ବୈଧାନିକ ଅଙ୍ଗ। ଯାହାକି ପ୍ରେସ କାଉନସିଲ ଆଇନ ୧୯୭୮ ଅନୁଯାୟୀ ଗଠିତ। ଏହାର ଦୁଇଟି ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଗଣମାଧ୍ୟମ ସ୍ୱାଧୀନତାକୁ ସୁରକ୍ଷିତ ରଖିବା ଓ ଭାରତର ସମ୍ବାଦପତ୍ର ଓ ଏହାର ମାନଦଣ୍ଡକୁ ରକ୍ଷା କରିବା। ନୂଆଦିଲ୍ଲୀସ୍ଥିତ ସୂଚନା ଭବନ,ସିଜିଓ କମ୍ପେଲକ୍ସ, ଲୋଧି ରୋଡଠାରେ ପ୍ରେସ କାଉନସିଲର ସଚିବାଳୟ କାର୍ଯ୍ୟ କରୁଥିବା ବେଳେ ଏହାର କୌଣସି ରାଜ୍ୟ ଶାଖା ନାହିଁ … Read more

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି

ପୁରୀ : ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନୀତି । ସନ୍ଧ୍ୟା ଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ ଶ୍ରୀଜିଉ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ । ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ । ତାପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି … Read more

ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଆଜି ଭୁବନେଶ୍ୱର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ମହାସମାରୋହରେ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟ ସରକାର, ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ବୋଲି ଘୋଷଣା କରିଛନ୍ତି । ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧରେ ସଚେତନତା ବିସ୍ତାର କରିବା ପାଇଁ ଆଜିର … Read more

ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଏଏସଆଇ

ବ୍ରହ୍ମପୁର : କେ.ନୂଆଗାଁ ଥାନା  ବଳିୟାରସିଂହପଲ୍ଲୀର ପ୍ରମୋଦ କୁମାର ନାୟକ ,ତାଙ୍କ ପତ୍ନୀ ପ୍ରମୋଦ ଓ ତାଙ୍କ ମା’ଙ୍କ ନାମରେ ମହିଳା ଥାନାରେ ଘରୋଇ କଳିକୁ ନେଇ ଏକ ମାମଲା ଦେଇଥିଲେ । ସମ୍ପୃକ୍ତ ମାମଲାକୁ ରଫାଦଫା କରିବା ପାଇଁ ମହିଳା ଥାନାର ଏଏସଆଇ ବବିତା ସୁନା ପ୍ରମୋଦକୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏହାକୁ ନେଇ ପ୍ରମୋଦ ବ୍ରହ୍ମପୁର ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ । ଆଜି ପ୍ରମୋଦ ଏଏସଆଇ ବବିତା ସୁନାକୁ … Read more

ଆସନ୍ତାକାଲିଠୁ ଡେଙ୍ଗୁ ପ୍ରତିହତ ପାଇଁ BMC ପାଳିବ ଡ୍ରାଏ ଡେ

ଭୁବନେଶ୍ୱର : ଡେଙ୍ଗୁ ନିୟନ୍ତ୍ରଣ କରିବାକୁ କାଲିଠୁ ଡ୍ରାଏ ଡେ ପାଳନ କରିବ ବିଏମସି । ସହରର ସମସ୍ତ ୱାର୍ଡରେ ଡ୍ରାଏ ଡେ ପାଳନ କରାଯିବ । ଫୁଲକୁଣ୍ଡ ଓ ପାଣି ଜମିଥିବା ପାତ୍ରକୁ ଓଲଟାଇ ରଖିବାକୁ ଅପିଲ କରାଯାଇଥିବା ସୂଚନା ଦେଇଛନ୍ତି ବିଏମସି ମେୟର ସୁଲୋଚନା ଦାସ । ଆଜି କର୍ପୋରେଟରଙ୍କୁ ବିଏମସି ମୁଖ୍ୟାଳୟରେ ଟ୍ରେନିଂ ଦିଆଯିବ । ଡେଙ୍ଗୁ ନିୟନ୍ତ୍ରଣ ପାଇଁ ଚଳିତ ବର୍ଷ ଅଧିକ ସଂଖ୍ୟକ ଷ୍ଟାଫ ନିୟୋଜିତ କରାଯାଇଛି । ୭୦ … Read more

ଦେବଗଡ଼କୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା କରିବାକୁ ଉଦ୍ୟମ

ଭୁବନେଶ୍ୱର: ଦେବଗଡ଼କୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ରେ କହିଛନ୍ତି। ସେ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ … Read more

ଦେଶରେ ବଢୁଛି କରୋନା କେସ,ରଥଯାତ୍ରା ଭିଡ଼ ବଢ଼ାଇଲା ସ୍ୱାସ୍ଥ୍ୟ ବିଭାଗର ଚିନ୍ତା

ଭୁବନେଶ୍ୱର : ଉପରମୁହାଁ ହେଲାଣି କରୋନା ଗ୍ରାଫ୍ । ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଦେଶରେ ୪ ହଜାର ମୁହାଁ କରୋନା କେସ । ଏବେ ୩ହଜାର ୯୬୧ ରହିଛି କରୋନା ଆକ୍ଟିଭ କେସ । ରାଜ୍ୟରେ ବି ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଆଗକୁ ରଥଯାତ୍ରା ଥିବାରୁ ଭିଡ଼କୁ ଦୃଷ୍ଟିରେ ରଖି ବଢ଼ିଲା ସ୍ୱାସ୍ଥ୍ୟ ବିଭାଗର ଚିନ୍ତା । ରଥଯାତ୍ରା ପାଇଁ ଆଜି କିମ୍ବା ଆସନ୍ତାକାଲି ହେବ ସମୀକ୍ଷା ବୈଠକ । ଏହାପରେ ଗୁରୁତ୍ୱପୂର୍ଣ୍ଣ … Read more

ସୁରୁଖୁରୁରେ ରଥଯାତ୍ରା ପରିଚାଳନା ପାଇଁ ବରିଷ୍ଠ ପୋଲିସ ଅଧିକାରୀମାନେ ନେଲେ ପଦକ୍ଷେପ

ପୁରୀ : ଜୁନ ୨୭ ତାରିଖ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ନେଇ ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ରଥଯାତ୍ରାରେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିବା ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ଵତନ୍ତ୍ର କାର୍ଯ୍ୟ ପାଇଁ ନିୟୋଜିତ ହେବେ । ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିସିଟିଭି ସ୍ଥାପନ, ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ ବ୍ୟବସ୍ଥା, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା … Read more

୧ ବର୍ଷ ପୂର୍ତ୍ତି ଅବସରରେ ସଫଳତାର ହିସାବ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର: କେନ୍ଦ୍ରରେ ମୋଦି ସରକାରଙ୍କ ୧୧ ବର୍ଷ । ରାଜ୍ୟରେ ବିଜେପି ସରକାରର ୧ ବର୍ଷ ପୂର୍ତ୍ତି ପାଳନ ପାଇଁ ରାଜ୍ୟ ବିଜେପିର ଯୋଜନା । ବୁଥ୍, ମଣ୍ଡଳ, ଜିଲ୍ଲା ଏବଂ ରାଜ୍ୟ ସ୍ତରରେ କମିଟି ବର୍ଷ ପୂର୍ତ୍ତି ପାଳନ ପାଇଁ ଗଠନ ହୋଇଛି କମିଟି । ଜୁନ୍ ୯ ରୁ ରାଜ୍ୟବ୍ୟାପୀ ଆରମ୍ଭ ହେବ ବିଭିନ୍ନ କାର୍ଯ୍ୟକ୍ରମ । ସେବା, ସୁଶାସନ, ଗରିବ କଲ୍ୟାଣର ମୂଳ ଆଧାରକୁ ନେଇ ଜନ ସାଧାରଣଙ୍କ ପାଖକୁ ଯିବ ଦଳ … Read more

ଆତ୍ମସମର୍ପଣ କଲେ ୧୬ ମାଓବାଦୀ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ୧୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ଦୁଇ ଜଣ କୁଖ୍ୟାତ ମାଓ ନେତା ରହିଥିବା ସୂଚନା ମିଳିଛି । ଏପିରିକି ସେହି ଦୁଇ ହାର୍ଡକୋର ମାଓବାଦୀଙ୍କ ମୁଣ୍ଡ ଉପରେ ୧୬ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିବା ବେଳେ ୬ ଜଣଙ୍କ ମୁଣ୍ଡ ଉପରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ଛତିଶଗଡ଼ ସରକାର । … Read more