ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ
ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ଆନୁକୂଲ୍ୟରେ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରାତଃ ଆଠ ଘଟିକାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ସାମୂହିକ ଭାବେ ଗାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ନରୋତ୍ତମ ଷଡ଼ଙ୍ଗୀ ଉତ୍କଳର ବରେଣ୍ୟ ବ୍ୟକ୍ତିତ୍ୱଙ୍କ ପରିଚୟ ପ୍ରଦାନ କରିଥିବାବେଳେ ସେହି ବ୍ୟକ୍ତିତ୍ୱଧାରୀଙ୍କ ରୂପରେ ତୃତୀୟରୁ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀମାନେ ବେଶ ଧାରଣକରି ମଞ୍ଚର ଶୋଭାକୁ ପରିବର୍ଦ୍ଧିତ କରିଥିଲେ। … Read more