ଜଳସଂପଦ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

କେନ୍ଦ୍ରାପଡା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଘରେ ଭିଜିଲାନ୍ସ ରେଡ୍। ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଏବେ ଛତାଛକ ସ୍ଥିତ କାର୍ଯ୍ୟାଳୟ ରେ SDO ଭାବେ କାର୍ଯ୍ୟ କରୁଛନ୍ତି। ଡେରାବିଶ ଛତାଛକ ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ ଭିଜିଲାନ୍ସର ଏକ ୫ ଜଣିଆ ଟିମ୍ ଚଢାଉରେ ସାମିଲ ହୋଇଛନ୍ତି। ଚଢାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ … Read more

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

ଭୁବନେଶ୍ବର: ଏକ ଦିବସୀୟ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ। ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ସମବାୟ କ୍ଷେତ୍ର ଏବଂ ଜାତୀୟ ସୁରକ୍ଷା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ଉପକ୍ରମର ଶୁଭାରମ୍ଭ କରିଛନ୍ତି ଶ୍ରୀ ଶାହ। ଏହି କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ବିଶିଷ୍ଟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, … Read more

ଧାର୍ଯ୍ୟ ଭଡା ଠାରୁ ଅଧିକ ବସ୍ ଭଡ଼ା ଆଦାୟ ର ନିୟମିତ ଯାଞ୍ଚ ପାଇଁ ଆରଟିଓଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଯାତ୍ରୀବାହୀ ବସରେ ଧାର୍ଯ୍ୟ ସୀମାଠାରୁ ଅଧିକ ଭଡ଼ା ଆଦାୟ ନେଇ ଅନେକ ସମୟରେ ଯାତ୍ରୀଙ୍କଠାରୁ ଅଭିଯୋଗ ଆସୁଛି । ତେଣୁ ଏହା ଉପରେ କଡ଼ା ନଜର ରଖି ପଦକ୍ଷେପ ଗ୍ରହଣ କରିବାକୁ ସମସ୍ତ ଆରଟିଓଙ୍କୁ କୁହାଯାଇଛି । ଧାର୍ଯ୍ୟ ସୀମାଠାରୁ କୌଣସି ବସ୍ ଅଧିକ ଭଡ଼ା ଆଦାୟ କରିପାରିବେ ନାହିଁ । ଯାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିୟମ ଉଲ୍ଲଙ୍ଘନ କରୁଥିବା ବସ୍ ବିରୋଧରେ ମୋଟର ଯାନ ଆଇନ ଅନୁଯାୟୀ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ … Read more

ଓଡ଼ିଶା ଗସ୍ତରେ ଆସି ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଅମିତ ଶାହ

କଟକ: ଅମିତ ଶାହ ଆଜି ଓଡ଼ିଶା ଗସ୍ତରେ ଆସି କଟକର ମୁଣ୍ଡଳୀସ୍ଥିତ CISF କ୍ୟାମ୍ପରେ ଆୟୋଜିତ ୫୭ତମ ପ୍ରତିଷ୍ଠା ଦିବସ ପ୍ୟାରେଡରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସଲାମୀ ଗ୍ରହଣ କରିବା ସହ ବଳର ବୀରତ୍ୱ ଓ କାର୍ଯ୍ୟଦକ୍ଷତାକୁ ପ୍ରଶଂସା କରିଥିଲେ। ଏହାସହ CISFକୁ ଅଧିକ ବଳ ଓ ଶକ୍ତି ଯୋଗାଇବା ପାଇଁ ବଡ଼ ଘୋଷଣା କରିଛନ୍ତି। ନକ୍ସଲ ମୁକ୍ତରେ CISFର ବଡ଼ ଅବଦାନ ବୋଲି କହିଛନ୍ତି ଶାହ।ଶାହ କହିଛନ୍ତି, ସମୟ ସହିତ ନିଜକୁ … Read more

SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା

ଭୁବନେଶ୍ୱର: SIRକୁ ନେଇ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଦେଲେ ସୂଚନା । କହିଲେ ‘ଆମେ ନିଜ ଆଡୁ ପ୍ରାୟ ୯୦ ପ୍ରତିଶତ ମ୍ୟାପିଂ କରିସାରିଛୁ। ଏହାର ଅର୍ଥ ୨୦୨୫ ଭୋଟର ତାଲିକାରେ ଥିବା ୯୦%ଙ୍କୁ ଟ୍ରେସିଂ କରିପାରିଛୁ। ୨୦୨୫ ତାଲିକାରେ ଥିବା ୯୦% ୨୦୦୨ ତାଲିକାରେ ବି ଅଛନ୍ତି । ଆଉ ୧୦ ପ୍ରତିଶତ ଆମ ପାଇଁ କଷ୍ଟକର, ସହରାଞ୍ଚଳ ପାଇଁ ସମସ୍ୟା। ଯଦି ୨୦୦୨ରେ ଆପଣଙ୍କ ନାଁ ନଥିଲା, ଆପଣଙ୍କ ବାପାମାଆଙ୍କୁ ଖୋଜାଯିବ। ୯୫% … Read more

ରାଜଧାନୀରୁ ୩ ନାବାଳକ-ନାବାଳିକା ନିଖୋଜ

ଭୁବନେଶ୍ୱର: ଗୋଟିଏ ଦିନରେ ରାଜଧାନୀରୁ ୩ଜଣ ନାବାଳକ-ନାବାଳିକା ନିଖୋଜ । ନିଖୋଜଙ୍କ ଫଟୋ ସହ ପୋଷ୍ଟର ଜାରି କରିଛି ପୁଲିସ । ଏମାନଙ୍କୁ ନେଇ କିଛି ସୂଚନା ଦେଲେ ମିଳିବ ୫୦ ହଜାର ଟଙ୍କାର ପୁରସ୍କାର ରାଶି । ନିଖୋଜ ନାବାଳିକା ହେଉଛନ୍ତି ସାଲିଆସାହି ତାରିଣୀ ନଗରର ସୁମିତ୍ରା ଦେହୁରୀ, ସାଲିଆ ସାହି ହାତିଆସୁଣୀର ଶୁଭଶ୍ରୀ ନାୟକ । ସେପଟେ ଶେଷଥର ପାଇଁ ଧଉଳି ପାହାଡ଼ ଉପରେ ଦେଖିବାକୁ ମିଳିଥିଲା ୧୨ ବର୍ଷୀୟ ପ୍ରଦ୍ୟୁମ୍ନ ପ୍ରଧାନଙ୍କୁ । … Read more

ଏକାଠି ହେଲେ ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀ ବିଜେଡି ଓ କଂଗେସ

ଭୁବନେଶ୍ୱର: ରାଜ୍ୟସଭା ପାଇଁ ଏକାଠି ହେଲେ ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀ ବିଜେଡି ଓ କଂଗ୍ରେସ । ଏହାକୁ ନେଇ ନବୀନ ପଟ୍ଟନାୟକ କହିଛନ୍ତି ସମୟ କହିବ ଭବିଷ୍ୟତ ଏବଂ ଇତିହାସ କଣ ହେବ । ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ରାଜ୍ୟର ସ୍ବାର୍ଥ ପାଇଁ ଏକାଠି ହୋଇଛନ୍ତି ଦୁଇଦଳ । ଏଥିପାଇଁ ଏଆଇସିସିର ବି ମୋହର ବାଜିଛି । ବିଜେପି କହିଛି ବିଜେଡ଼ି ଓ କଂଗ୍ରେସ ପୂର୍ବରୁ ମିଶିକି ଅଛନ୍ତି । ଏଥିରେ କୌଣସି ନୂଆ … Read more

ନାମାଙ୍କନ ଭରିଲେ ଦିଲ୍ଲୀପ ରାୟ, କହିଲେ ୨୦୦୨ ଭଳି ଏଥର ଜିତିବି

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଦିଲ୍ଲୀପ ରାୟ ନାମାଙ୍କନ ଦାଖଲ କରିଛନ୍ତି । ଏହା ପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ଧନ୍ୟବାଦ ଜଣାଇଛନ୍ତି । ୨୦୦୨ ଭଳି ଏଥର ମଧ୍ୟ ଜିତିବେ ବୋଲି ଦିଲ୍ଲୀପ କହିଛନ୍ତି । ବିଜେଡ଼ି ଓ କଂଗ୍ରେସ ଭଳି ସେ ମଧ୍ୟ ହାତ ମିଳାଇବାକୁ କହିଛନ୍ତି । … Read more

OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ନିହାର ମହାନ୍ତି ଓ ୮ ଅଭିଯୁକ୍ତଙ୍କ ସର୍ତ୍ତମୂଳକ ଜାମିନ ମଂଜୁର

କଟକ: ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର କଲେ ହାଇକୋର୍ଟ । ତେବେ କୌଣସି ଅଭିଯୁକ୍ତଙ୍କୁ ବୋର୍ଡର କନ୍‌ଫିଡେନ୍ସିଆଲ କାମରେ ନିଯୁକ୍ତ ନକରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ତଦନ୍ତରେ ସହଯୋଗ କରିବା ଏବଂ ଟ୍ରାଏଲ କୋର୍ଟଙ୍କ ବିନା ଅନୁମତିରେ ଅଭିଯୁକ୍ତ ମାନେ ବିଦେଶ ଯାଇପାରିବେ ନାହିଁ ସର୍ତ୍ତ ରଖିଛନ୍ତି ହାଇକୋର୍ଟ ।ଖବର ଥାଉ … Read more

ପ୍ରାର୍ଥୀପତ୍ର ଦାଖଲ କଲେ ମନମୋହନ ସାମଲ ଓ ସୁଜିତ କୁମାର

ଭୁବନେଶ୍ୱର: ବିଜେଡି ପରେ ଆଜି ବିଜେପି ରାଜ୍ୟସଭାପତି ମନମୋହନ ସାମଲ ଏବଂ ସୁଜିତ କୁମାର ବିଧାନସଭାରେ ଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବିଜେପିର ସମସ୍ତ ବିଧାୟକମାନେ ଉପସ୍ଥିତ ଥିଲେ । ମନମୋହନ ଏବଂ ସୁଜିତ କୁମାର ଉଭୟ ଦଳୀୟ କାର୍ଯ୍ୟାଳୟରୁ ବାହାରି ପ୍ରଥମେ ରାମମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ । ଏହା ପରେ ଭଗବାନଙ୍କ ଆଶୀର୍ବାଦ ନେଇ ବିରାଟ ପଟୁଆରରେ ବିଧାନସଭା … Read more