June 30, 2025 2:52 am

ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ପୁରୀ ଶରଧାବାଲିରେ ଠେଲାପେଲା ଘଟଣାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କ୍ଷମା ମାଗିଛନ୍ତି ମୁଖ୍ୟମନ୍ତ୍ରୀ । ଏ ଘଟଣାରେ ମୁଁ ଓ ମୋ ସରକାର କ୍ଷମା ମାଗୁଛୁ ବୋଲି କହିଛନ୍ତି ମୋହନ ମାଝୀ । ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ନେଇ କହିଲେ ମୁଖ୍ୟମନ୍ତ୍ରୀ । ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏପଟେ ବିରୋଧି ଦଳର ନେତା ନବୀନ ପଟ୍ଟନାୟକ ଠେଲାପେଲା ଘଟଣାରେ ତୀବ୍ର ନିନ୍ଦା କରିବା ସହ ପ୍ରଶାସନର ଅବ୍ୟସ୍ଥା ନେଇ ସରକାରଙ୍କୁ ଘେରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ନବୀନ ପୁରୀର ଶରଧାବାଲିରେ ଘଟିଥିବା ଦୁଃଖଦ ଦଳାଚକଟାରେ ପ୍ରାଣ ହରାଇଥିବା ତିନି ଜଣ ଭକ୍ତଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ଏହି ଭୟଙ୍କର ଘଟଣାରେ ଆହତ ଭକ୍ତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।