December 6, 2025 3:23 pm

ସୌମ୍ୟାଙ୍କ ପରିବାରକୁ ସରକାରଙ୍କ ସହାୟତା ରାଶି ଘୋଷଣା,ବିରୋଧୀ ଦଳର ବନ୍ଦ ଡାକରା

ଭୁବନେଶ୍ୱର: ଭୋଗରାଇ ପୈତୃକ ଗାଁରେ ଶୋକାକୂଳ ପରିବେଶ ମଧ୍ୟରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷର ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦ ଲକ୍ଷର ସହାୟତା ଘୋଷଣା କରିଥିବା ସୂଚନା ଦେଇଛନ୍ତି ସାଂସଦ ପ୍ରତାପ ଷଡଙ୍ଗୀ । ଏମ୍ସର ବର୍ଣ୍ଣ ବିଭାଗରେ ଗୁରୁତର ଅବସ୍ଥା ଚିକିତ୍ସିତ ହେଉଥିବା ସୌମ୍ୟାଶ୍ରୀ ସୋମବାର ରାତି ୧୧ଟା ୪୬ମିନିଟରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ଏମ୍‌ସରେ ଦୀର୍ଘ ୫୫ଘଣ୍ଟାର ଜୀବନ ମରଣ ସହ ଲଢ଼େଇ କରିବା ପରେ ହାରିଯାଇଛନ୍ତି ଫକୀର ମୋହନ ସ୍ଵୟଂ ଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍‌ ଦ୍ଵିତୀୟ ବର୍ଷର ଛାତ୍ରୀ ସୌମ୍ୟାଶ୍ରୀ ବିଶି(୨୦)।

ଏହାରି ଭିତରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ। ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ଓ ବାମପନ୍ଥୀ ଦଳ। ଏହି ସମୟରେ ସ୍କୁଲ, କଲେଜ, ଦୋକାନ, ବଜାର ବନ୍ଦ ରହିବ। ଆଜି ସବୁ ସହରରେ ଜଳାଯିବ କ୍ୟାଣ୍ଡେଲ ଲାଇଟ୍ । କ୍ୟାଣ୍ଡେଲ ଶୋଭାଯାତ୍ରା କରି ସୌମ୍ୟାଶ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବ କଂଗ୍ରେସ । ତେବେ ଓଡ଼ିଶା ବନ୍ଦ ଡାକରାରେ ସମସ୍ତେ ସାମିଲ ହେବା ପାଇଁ ଆଦ୍ୱାନ ଦେଇଛି ଦଳ ।