December 6, 2025 10:43 am

ଆଳୁ ସଙ୍କଟ ଓ ଶୀତଳଭଣ୍ଡାରକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି । ଯାହା ଭିତରୁ ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର । ତେବେ ଏହାର କ୍ଷମତା ରହିଛି ୧ ଲକ୍ଷ ୭୨ ହଜାର ୧୮୦ ମେଟ୍ରିକ ଟନ୍ । ଗୃହରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ଶୀତଳ ଭଣ୍ଡାର ନେଇ ପ୍ରଶ୍ନରେ ଏହି ତଥ୍ୟ ରଖିଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ପୂର୍ତ୍ତ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ବିଗତ ୧୦ ବର୍ଷରେ ରାଜ୍ୟରେ ୨୬ଟି ଶୀଳତ ଭଣ୍ଡାର ନିର୍ମାଣ ହୋଇଛି । ଏବେ ୨୨ଟି କାର୍ଯ୍ୟକ୍ଷମ ଓ ୪ଟି କାର୍ଯ୍ୟକ୍ଷମ ନାହିଁ । ଏହି ୨୨ଟି ମଧ୍ୟରୁ ୨୦ଟି ସରକାରୀ ଓ ୭୮ଟି ବେସରକାରୀ ଶୀତଳଭଣ୍ଡାର ରହିଛି । ସବ ଡିଭିଜନ ସ୍ତରରେ ୫୮ଟି ନିର୍ମାଣ ଲକ୍ଷ୍ୟ ରହିଛି, ଏଥିପାଇଁ ୨୫୨କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ୧୫ଟି ନୂଆ ଓ ୨ଟି ଅଚଳ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ପାଇଁ ଦରଖାସ୍ତ ପହଞ୍ଚିଛି । ଯେଉଁଥିରୁ ୫ଟିକୁ ସରକାର ଅନୁମୋଦନ ଦେଇଛନ୍ତି । ସରକାର ସବସିଡି ଦେବା ସହ ବିଦ୍ୟୁତ ଶୁଳ୍କ ରିହାତି ପାଇଁ ବି ବ୍ୟବସ୍ଥା କରିଛନ୍ତି । ଚଳିତ ଆର୍ଥିକ ବର୍ଷରେ ୨୩୯ ଟି ସୋଲାର କୋଲ୍ଡ ରୁମ ଖୋଲାଯାଇଛି ବୋଲି କହିଛନ୍ତି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।