December 6, 2025 2:13 pm

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନୂଆପଡା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ନୂଆପଡ଼ା ଜିଲ୍ଲା କଂଗ୍ରେସ କମିଟିର ସଭାପତି ଘାସିରାମ ମାଝୀଙ୍କୁ ଦଳୀୟ ପ୍ରାର୍ଥୀ କରିବା ପାଇଁ ସୋମବାର ପିସିସି ସଭାପତି ଭକ୍ତ ଚରଣ ଦାସ ଓ ପିସିସିର ରାଜନୈତିକ ବ୍ୟାପାର କମିଟିର ସର୍ବସମ୍ମତ ପ୍ରସ୍ତାବରେ ମଙ୍ଗଳବାର ମୋହର ଲଗାଇଛି ଏଆଇସିସି। ଆଜି ଏହି ମର୍ମରେ ଏଆଇସିସି ପକ୍ଷରୁ ସାଧାରଣ ସଂପାଦକ (ସଙ୍ଗଠନ) ବିଜ୍ଞପ୍ତି ପ୍ରକାଶ କରିଛନ୍ତି।ଘାସିରାମ ମାଝୀଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷିତ ହେବାପରେ ଦଳୀୟ ମହଲରେ ଆନନ୍ଦ ପ୍ରକାଶ ପାଇଛି।ସୂଚନାଯୋଗ୍ୟ, ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରଠାରୁ ସମ୍ଭାବ୍ୟ ଉପନିର୍ବାଚନ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ମୂଳରୁ ହିଁ ମାଝୀ ଦଳର ପ୍ରାର୍ଥୀ ହେବେ ବୋଲି ପିସିସି ସଭାପତିଙ୍କ ଅନୁମାନ ସତ୍ୟ ହୋଇଛି।ସୂଚନାଯୋଗ୍ୟ, ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବ।