କଟକ:ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ କମିଶନର ଏସ୍. ଦେବଦତ୍ତ ସିଂ ରବିବାର ରାତି ୧୦ଟାରୁ ୩୬ ଘଣ୍ଟିଆ କର୍ଫ୍ୟୁ ଘୋଷଣା କରିଛନ୍ତି। ଏହି କର୍ଫ୍ୟୁ ଦରଘା ବଜାର ସମେତ ୧୩ଟି ଥାନା ଅଞ୍ଚଳରେ ଲାଗୁ ହେବ, ଯାହା ମଙ୍ଗଳାବାଗ, କ୍ୟାଣ୍ଟନମେଣ୍ଟ, ପୁରୀଘାଟ, ଲାଲବାଗ, ବିଡ଼ାନାସୀ, ମର୍କତନଗର, ସିଡିଏ ଫେଜ୍-୨, ମାଲଗୋଦାମ, ବାଦାମବାଡ଼ି, ଜଗତପୁର, ବୟାଳିଶ ମୌଜା ଓ ସଦର ଥାନା ଅଞ୍ଚଳକୁ ଅନ୍ତର୍ଭୁକ୍ତ କରୁଛି।ପୋଲିସ କମିଶନର ସିଂ ସ୍ପଷ୍ଟ କରିଛନ୍ତି ଯେ, ଏହି କର୍ଫ୍ୟୁ ସମୟରେ ସରକାରୀ ଅଫିସ, ଜରୁରୀ ସେବା ଖୋଲା ରହିବ, କିନ୍ତୁ ଅନ୍ୟ ସମସ୍ତ ଗତିବିଧି ଉପରେ କଡ଼ା କଟକଣା ଲାଗୁ ହେବ।
କଟକରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ
