June 3, 2026 5:48 pm

ଦୁଇଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ବିହାର ବିଧାନସଭା ନିର୍ବାଚନର ସାରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିହାରରେ ଏନ୍‌ଡିଏ ଚମତ୍କାର ପ୍ରଦର୍ଶନ ପରେ ସେ ଓଡ଼ିଶା ଆସୁଥିବା ହେତୁ ତାଙ୍କୁ ଭୁବନେଶ୍ବର ବିମାନବନ୍ଦରରେ ଭବ୍ୟ ସ୍ବାଗତ କରାଯାଇଛି। ଶହ ଶହ ବିଜେପି କର୍ମୀ ଓ ନେତା ତାଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି। ପାରମ୍ପରିକ ନୃତ୍ୟବାଦ୍ୟରେ ତାଙ୍କୁ ସ୍ବାଗତ କରିଛନ୍ତି ଦଳୀୟ ନେତା। ବିମାନବନ୍ଦରରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସାଂସଦ ବିଭୁ ପ୍ରସାଦ ତରାଇ, ବିଧାୟକ ଟଙ୍କଧର ତ୍ରିପାଠୀ, ଗୋଲେକ ମହାପାତ୍ର, ପିଙ୍କି ପ୍ରଧାନ, ତେଜେଶ୍ବର ପରିଡ଼ା, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖଙ୍କୁ ଦେଖିବାକୁ ମିଳିଥିଲା। ଏଠାରୁ ସେ ସିଧାସଳଖ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିବେ। ତାପରେ ସେ କଟକରେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ। ଏଣେ ଭଦ୍ରକରେ ବି ତାଙ୍କର କାର୍ଯ୍ୟକ୍ରମ ରହିଛି।