Nababharat News

୧୨୮ ମେଡିକାଲ ଅଫିସରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ ୧୨୮ ଜଣ ମେଡିକାଲ ଅଫିସରଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କନ୍ଧମାଳ ପୋଲିସ ହସ୍ପିଟାଲର ପୂର୍ବତନ ମେଡିକାଲ ଅଫିସର ଡାକ୍ତର ବିଚକ୍ଷଣା ପାଣିଗ୍ରାହୀ ସରକାରୀ ସେବାରୁ ବହିଷ୍କୃତ । ଦୀର୍ଘଦିନ ଧରି ଡାକ୍ତରଖାନା ନଆସି ରୋଗୀ ସେବାରୁ ବିରତ ରହିଥିବା ଡାକ୍ତର ମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଓଡ଼ିଶାର ବିଭିନ୍ନ ଡାକ୍ତରଖାନାରେ ୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନ ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରେ ଅନୁପସ୍ଥିତ ରହିଛନ୍ତି । ସେମାନଙ୍କ ସ୍ଥିତି ବିଷୟରେ ଜଣାଇବା ପାଇଁ ଖବରକାଗଜରେ ଇସ୍ତାହାର ମଧ୍ୟ ଦିଆଯାଇଛି । ଡାକ୍ତର ମାନଙ୍କର ଏହି ଅନଧିକୃତ ଉପସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କନ୍ଧମାଳ ପୋଲିସ ହସ୍ପିଟାଲର ପୂର୍ବତନ ମେଡିକାଲ ଅଫିସର ଡାକ୍ତର ବିଚକ୍ଷଣା ପାଣିଗ୍ରାହୀଙ୍କୁ ମୁଖ୍ୟମନ୍ତ୍ରୀ ସରକାରୀ ସେବାରୁ ବହିଷ୍କୃତ କରିଛନ୍ତି । ଡାକ୍ତର ପାଣିଗ୍ରାହୀ ୨୦୧୨ ପରଠାରୁ ଅନଧିକୃତ ଭାବେ ଅନୁପସ୍ଥିତ ରହିଛନ୍ତି । ବିଭାଗ ପକ୍ଷରୁ ତାଙ୍କୁ ବିଭିନ୍ନ ସମୟରେ ଅନୁପସ୍ଥିତିର କାରଣ ଦର୍ଶାଇବା ଓ କାର୍ଯ୍ୟରେ ଯୋଗ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କିନ୍ତୁ ସେ ତାହାର ଅନୁପାଳନ କରିନଥିଲେ ।

Exit mobile version