May 31, 2026 12:09 am

ବହିଷ୍କୃତ ହେଲେ ନକଲି ସାର୍ଟିଫିକେଟ ଦେଇ ଚାକିରୀ କରିଥିବା ଅଧ୍ୟାପକ

ଜଗତସିଂହପୁର: ନକଲି ସାର୍ଟିଫିକେଟ ଦେଇ ଚାକିରୀ କରିଥିବା ଅଧ୍ୟାପକଙ୍କୁ ଜଗତସିଂହପୁର ଉପ ଜିଲ୍ଲାପାଳ ବହିଷ୍କାର କରିଛନ୍ତି। ଜଗତସିଂହପୁର ଜିଲ୍ଲା ବାଲିକୁଦା କଲେଜରେ ୭ବର୍ଷ ଧରି କମର୍ସ ଅଧ୍ୟାପକ ଭାବେ ସନ୍ତୋଷ କୁମାର ଶତପଥି କାର୍ଯ୍ୟ କରୁଥିଲେ। ଏମ୍‌କମ୍‌ ନକଲି ସାର୍ଟିଫିକେଟ ଦେଇ ସେ ୨୦୧୮ ମସିହାରୁ ଚାକିରୀ କରୁଥିଲେ। ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଅଭିଯୋଗ ପରେ ଆରଡିସିଙ୍କ ନିର୍ଦ୍ଦେଶ କ୍ରମେ ୨୦୨୨ ମସିହାରେ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ୍ ତଦନ୍ତ କରିଥିଲେ। ତଦନ୍ତରେ ସିକିମ ରାଜ୍ୟର ଏକ ଫେକ୍ ବିଶ୍ବବିଦ୍ୟାଳୟରୁ ଏମ୍‌କମ୍ ପାସ କରିଥିବା ନକଲି ସାର୍ଟିଫିକେଟ ଦେଇଥିବା ଜଣା ପଡିଥିଲା।ତେବେ କମିଟି ରିପୋର୍ଟ ଦେବାପରେ ଗତ ୬ତାରିଖରେ ତାଙ୍କୁ ଚାକିରିରୁ ବହିଷ୍କାର କରାଯିବା ସହିତ ୭ବର୍ଷ ଧରି ନେଇଥିବା ଦରମାକୁ ଆଦାୟ କରିବାକୁ ନିର୍ଦ୍ଦେଶ ରହିଛି।