ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଟାଉନ ଥାନା ସିନେମା ଛକରେ ୪ମହଲା ଷ୍ଟେସନାରୀ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବାରୁ କୋଟି କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଛି । ଆଜି ଭୋର ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ସର୍ଟି ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡ ଘଟିବା ପରେ ଉପର ମହଲାରେ ବାଣ ଗଚ୍ଛିତ ଥିବାରୁ ନିଆଁ ଅଧିକ ବ୍ୟାପିଥିଲା । ନିଆଁ ଲାଗିବାରୁ ଦୋକାନରେ ଥିବା ସମସ୍ତ କସମେଟିକ୍ସ, ଗିଫ୍ଟ ସାମଗ୍ରୀ ଜଳି ପୋଡି ପାଉଁଶ ହୋଇଯାଇଛି । ଖବର ପାଇ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।
ଷ୍ଟେସନାରୀ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା କୋଟି କୋଟି ଟଙ୍କା ସାମଗ୍ରୀ
