February 26, 2026 3:24 am

ଆରମ୍ଭ ହେବ ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’

ଭୁବନେଶ୍ୱର: ରାଜ୍ୟସ୍ତରୀୟ “ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬” ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି। ତିନିଦିନ ଧରି ଜନତା ମଇଦାନରେ ଏହି ସମାବେଶ ଚାଲିବ। ମତ୍ସ୍ୟଚାଷୀ ଓ ପ୍ରାଣୀପାଳକଙ୍କ ପାଇଁ ଏହି ସମାବେଶ ସଚେତନତା ଓ ସମୃଦ୍ଧିର ମହାକୁମ୍ଭ ସାଜିବ। କ୍ଷୀର, ମାଂସ, ଅଣ୍ଡା ଓ ମାଛ ଉତ୍ପାଦନରେ ଓଡ଼ିଶାକୁ ଆତ୍ମନିର୍ଭରଶୀଳ କରିବା ପାଇଁ ସମାବେଶ ଚାଲିବ ବୋଲି ବିଭାଗୀୟ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି। ଏହି ଅବସରରେ ଆଜି ସକାଳ ୬ଟାରେ କଳିଙ୍ଗ ଷ୍ଟାଡିୟମ୍ ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଏକ ୱାକାଥନ୍ ଆୟୋଜିତ ହୋଇଛି। ଏହି ୱାକାଥନ୍ ରେ ବିଭାଗୀୟ ମନ୍ତ୍ରୀ, ବିଧାୟକ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ, ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସାଦ୍ଦିକ୍ ଆଲମ୍, ବିଭାଗୀୟ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା’ ବୁଲିବାକୁ ଆସି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରରେ ଆଧୁନିକ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ସମ୍ପର୍କରେ ଜ୍ଞାନ ଆହରଣ କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି । ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସମାବେଶର ଉଦଘାଟନ କରିବେ । ସେହିପରି ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଏହାର ଗରିମା ବୃଦ୍ଧି କରିବେ । ୨୦୨୬ ବର୍ଷ ପାଇଁ ଥିମ ରହିଛି “ମତ୍ସ୍ୟ-ପ୍ରାଣୀ ଏବେ ନୂତନ ଦିଶା; ବିକଶିତ ହେବ ଆମ ଓଡ଼ିଶା ।” ଏହି ସମାବେଶରେ ପ୍ରତି ବ୍ଲକ୍ ରୁ ୨୬ ଜଣ ଚାଷୀ ମୋଟ ୮୧୬୪ ଜଣ ମତ୍ସ୍ୟଚାଷୀ ଓ ପ୍ରାଣୀପାଳକ ଯୋଗ ଦେବେ। ତା ସହ ପ୍ରତ୍ୟେକ ଉପଖଣ୍ଡରୁ ୬ ଜଣ ସଫଳ ପ୍ରାଣୀପାଳକ ଓ ମତ୍ସ୍ୟଚାଷୀଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯିବ । ବିଭାଗ ପାଇଁ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୨୦ ଜଣ ଶ୍ରେଷ୍ଠ ଅଧିକାରୀଙ୍କୁ ମଧ୍ୟ ପୁରସ୍କୃତ କରାଯିବ । ସମାବେଶ ଉପଲକ୍ଷେ ଆୟୋଜିତ ବକ୍ତୃତା ଓ କୁଇଜ୍‌ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କୃତ କରାଯିବ ।
ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସମାବେଶର ଉଦଘାଟନ କରିବେ । ସେହିପରି ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଏହାର ଗରିମା ବୃଦ୍ଧି କରିବେ । ୨୦୨୬ ବର୍ଷ ପାଇଁ ଥିମ ରହିଛି “ମତ୍ସ୍ୟ-ପ୍ରାଣୀ ଏବେ ନୂତନ ଦିଶା; ବିକଶିତ ହେବ ଆମ ଓଡ଼ିଶା ।” ଏହି ସମାବେଶରେ ପ୍ରତି ବ୍ଲକ୍ ରୁ ୨୬ ଜଣ ଚାଷୀ ମୋଟ ୮୧୬୪ ଜଣ ମତ୍ସ୍ୟଚାଷୀ ଓ ପ୍ରାଣୀପାଳକ ଯୋଗ ଦେବେ। ତା ସହ ପ୍ରତ୍ୟେକ ଉପଖଣ୍ଡରୁ ୬ ଜଣ ସଫଳ ପ୍ରାଣୀପାଳକ ଓ ମତ୍ସ୍ୟଚାଷୀଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯିବ । ବିଭାଗ ପାଇଁ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୨୦ ଜଣ ଶ୍ରେଷ୍ଠ ଅଧିକାରୀଙ୍କୁ ମଧ୍ୟ ପୁରସ୍କୃତ କରାଯିବ । ସମାବେଶ ଉପଲକ୍ଷେ ଆୟୋଜିତ ବକ୍ତୃତା ଓ କୁଇଜ୍‌ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କୃତ କରାଯିବ । ମୋଟ ୧୨ଟି ଇଣ୍ଟରାକ୍ଟିଭ୍ ପ୍ୟାନେଲ୍ ଆଲୋଚନାଚକ୍ର ଆୟୋଜନ ପାଇଁ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି । “ମନ୍ତ୍ରୀଙ୍କୁ ପଚାରନ୍ତୁ” କାର୍ଯ୍ୟକ୍ରମରେ ଚାଷୀଙ୍କ ପ୍ରଶ୍ନର ସିଧାସଳଖ ଉତ୍ତର ରଖିବେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ୩ ଟି ହ୍ୟାଙ୍ଗର୍ ରେ ପ୍ରାୟ ୨୦୮ ଟି ଷ୍ଟଲ୍‌ ରେ ମତ୍ସ୍ୟ, ପ୍ରାଣୀପାଳନ, ବିଭିନ୍ନ ବିଭାଗ ଓ କମ୍ପାନୀର ଉତ୍ପାଦ ପ୍ରଦର୍ଶିତ ହେବ । ସେହିପରି ୨ଟି ଖୋଲା ହ୍ୟାଙ୍ଗରରେ ମତ୍ସ୍ୟ ଓ ପ୍ରାଣୀ ଲାଇଭ୍ ଡେମନଷ୍ଟ୍ରେସନ୍ କରାଯିବ। ପ୍ରତି ସନ୍ଧ୍ୟାରେ ଲୋକନୃତ୍ୟ ଏବଂ ଶାସ୍ତ୍ରୀୟ ନୃତ୍ୟ ସମ୍ବଳିତ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ସମାବେଶକୁ ଅଧିକ ଆକର୍ଷଣୀୟ କରିବା ପାଇଁ ହରିୟାଣାର ଦୁଇଟି ମଇଁଷି ଷଣ୍ଢ (ସୁରବୀର ଏବଂ ଇନ୍ଦର), ଆନ୍ଧ୍ରପ୍ରଦେଶର ଛୋଟ ପ୍ରଜାତିର ପୁଙ୍ଗାନୁର ଗାଈ ଏବଂ ଗୁଜୁରାଟରୁ କାଙ୍କରେଜ୍ ଷଣ୍ଢ ଆସୁଛନ୍ତି। ଜାନୁଆରୀ ୨୩ ତାରିଖ ସକାଳ ସାଢେ ୮ଟାରେ “ଡଗ୍ ସୋ” ହେବାକୁ ଥିବା ବେଳେ ସଂଧ୍ୟା ସାଢେ ୬ଟାରେ “ପେଟ୍ ଫ୍ୟାଶନ ସୋ” ଆୟୋଜନ ହେବ। ଲାଇଭ୍ ସି ଫୁଡ୍ କିଚେନ୍, ଭର୍ଚୁଆଲ୍ ରିଅଲିଟି ଫାର୍ମ ଟୁର୍, ଡ୍ରୋନ୍ ସୋ, ଲେଜର୍ ସୋ, ଚିତ୍ରକଳା ପ୍ରଦର୍ଶନୀ, ମାନ୍ୟବର ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଗଣଙ୍କ ସହ ସେଲଫି ଜୋନ୍ ଆଦି ଆକର୍ଷଣର କେନ୍ଦ୍ର ସାଜିବ।