February 26, 2026 10:38 am

କଳିଙ୍ଗ ଷ୍ଟାଡିୟମରେ  ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ,ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟ ସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମବେତ ଯୋଗାଭ୍ୟାସ କରିବା ସହିତ ଯୋଗ ହେଉଛି ବିଶ୍ୱ ମାନବ ସମାଜକୁ ଭାରତର ଏକ ମହାର୍ଘ୍ୟ ଉପହାର ବୋଲି କହିଛନ୍ତି। ଏହି ଅବସରରେ ଭିଡିଓ କନଫରେନସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାଇଜାଗ ଠାରୁ ଦେଶବାସୀଙ୍କୁ ସମ୍ବୋଧନ କରିଥିଲେ।କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଯୋଗ କେବଳ ଏକ ବ୍ୟାୟମ କିମ୍ବା ଯୋଗକୁ କିଛି ଆସନ ମଧ୍ୟରେ ସୀମିତ ରଖିବା ଉଚିତ ନୁହେଁ। ଶାରୀରିକ ବ୍ୟାୟମ ଠାରୁ ଏହାର ସ୍ଥାନ ବହୁତ ଉଚ୍ଚରେ। ଯୋଗ ହେଉଛି ଶାରୀରିକ, ବୌଦ୍ଧିକ, ମାନସିକ ଏବଂ ଅଧ୍ୟାତ୍ମିକତାର ଏକ ଅପୂର୍ବ ସଙ୍ଗମ। ଭାରତୀୟ ସଂସ୍କୃତି ଏବଂ ଯୋଗୀ ପରମ୍ପରାରୁ ସୃଷ୍ଟି ହୋଇଥିଳୀ ମଧ୍ୟ ସେଥିପାଇଁ ଏହା କୌଣସି ନିର୍ଦ୍ଦିଷ୍ଟ ଧର୍ମ ସହିତ ଏହା ଜଡିତ ନୁହେଁ। ଶରୀର, ଆତ୍ମା ଏବଂ ଚିନ୍ତନ ଶକ୍ତିକୁ ଉଦ୍ବୁଦ୍ଧ କରୁଥିବା ଯୋଗ, ଆଜି ଜାତି, ଧର୍ମ, ବର୍ଣ୍ଣ ନିବିଶେଷରେ ସମସ୍ତଙ୍କ ଦ୍ଵାରା ଆଦୃତ ହୋଇ ପାରିଛି।