ଯାଜପୁର: ଯାଜପୁରରେ ସ୍ୱାସ୍ଥ୍ୟମନ୍ତ୍ରୀ । ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସମୀକ୍ଷା କଲେ ମୁକେଶ ମହାଲିଙ୍ଗ । ରୋଗୀ ଓ ସମ୍ପର୍କୀୟଙ୍କ ସହ ଆଲୋଚନା କରିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ ଧର୍ମଶାଳା ବିଧାୟକ, ଜିଲ୍ଲାପାଳ ଓ ଏସପି ଉପସ୍ଥିତ ଥିଲେ ।ଜିଲ୍ଲାରେ କାୟା ମେଲାଉଛି ଝାଡାବାନ୍ତି । ମୋଟ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ମୃତକ ଖଇରାବାଦ ଓ କୋଟବସନ୍ତ ଅଞ୍ଚଳର । ୭୦୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ସେପଟେ ୧୪ ଜଣିଆ କେନ୍ଦ୍ରୀୟ ଟିମ୍ ମଧ୍ୟ ଘଟଣାସ୍ଥଳ ପରିଦର୍ଶନ କରିବେ । ଟିମରେ ICMR, NCDC, WHO ଭଳି ସଂସ୍ଥାର ସଦସ୍ୟ ଅଛନ୍ତିI ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଓ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ମଧ୍ୟ ପ୍ରଭାବିତ ଅଞ୍ଚଳକୁ ଯିବେ । ଯାଜପୁରରେ ୧୧ କଲେରା କେସ୍ ଚିହ୍ନଟ ହେବା ପରେ ଅସ୍ୱାସ୍ଥ୍ୟକର ଖାଦ୍ୟ ଏବଂ ପାଣି ନପିଇବାକୁ ପରାମର୍ଶ ଦିଆଯାଇଛି । ସମ୍ପୃକ୍ତ ଅଂଚଳଗୁଡିକରେ ଥିବା ଜଳଉତ୍ସ ଗୁଡିକୁ ବିଶୋଧନ କରାଯିବା ସହ ଲୋକମାନଙ୍କୁ ସଚେତନ କରାଯାଉଛି ।
