Nababharat News

ଲଘୁଚାପଜନିତ ବର୍ଷା ପାଇଁ ପ୍ରଶାସନ ଆର୍ଲଟ ରହିଛି:ସୁରେଶ ପୂଜାରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ପ୍ରଶାସନ ଆର୍ଲଟ ରହିଛି। ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ସମସ୍ତ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ। ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ହେବାର ଆକଳନ ହୋଇଛି। ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି । କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି। ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି । ତେଣୁ ତାକୁ ରେଡ ଆଲର୍ଟରେ ରଖାଯାଇଛି । ଉପକୂଳ ଜିଲ୍ଲା ଗୁଡ଼ିକ ଅରେଞ୍ଜ ଆଲର୍ଟରେ ରହିଛି । ବର୍ଷା ଅଧିକ ପରିମାଣରେ ହେବାର ସମ୍ଭାବନା ଥିବାରୁ ଆମେ ଜିଲ୍ଲା ପ୍ରଶାସନ ଆଲର୍ଟରେ ରଖିଛୁ । ପ୍ରକୋପ ବେଶୀ ହଉ ଅବା କମ୍ ସେଥିପାଇଁ ମୁକାବିଲା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Exit mobile version