ସମ୍ବଲପୁର: ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଛି । ଆଜି ସକାଳ ୯ଟା ୧୮ସମୟରେ ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ ଜେନେରାଲ୍ କୋଚର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ସମ୍ୱଲପୁର ସିଟି ଷ୍ଟେସନ ପୂର୍ବରୁ ଲାଇନଚ୍ୟୁତ ହୋଇଥିବା ପୂର୍ବତଟ ରେଲଓ୍ୱେ ପକ୍ଷରୁ ସୂଚନା ମିଳିଛି ।
ସୂଚନା ଅନୁଯାୟୀ ଟ୍ରେନ୍ ଟି ଭୁବନେଶ୍ୱରରୁ ସମ୍ବଲପୁର ଯାଉଥିବା ସମୟରେ ଏହାର ଏକ ସାଧାରଣ କୋଚ୍ ଟ୍ରାକରୁ ଖସି ପଡ଼ିଥିଲା। ସୌଭାଗ୍ୟବଶତଃ ଏପର୍ଯ୍ୟନ୍ତ କୌଣସି ମୃତାହତ କିମ୍ବା ଆହତ ହୋଇଥିବାର ଖବର ମିଳିନାହିଁ । ଘଟଣାସ୍ଥଳରେ ରେଳ ଅଧିକାରୀ ଏବଂ ସ୍ଥାନୀୟ ପୋଲିସ ତୁରନ୍ତ ପହଞ୍ଚି ଉଦ୍ଧାର ଏବଂ ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ତେବେ କାହିଁକି ଏବଂ କେମିତି ଲାଇନଚ୍ୟୁତ ହୋଇଛି ଏହାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।
Post Views: 82









