Nababharat News

ଏମ୍‌କେସିଜିରେ PG ପ୍ରଶ୍ନପତ୍ର ଲିକ୍ ଘଟଣାର ତଦନ୍ତ ପାଇଁ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ୩ ଜଣିଆ ଟିମ୍

ବ୍ରହ୍ମପୁର: ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାର ସତ୍ୟାସତ୍ୟ ଯାଞ୍ଚ ପାଇଁ ରାଜ୍ୟ ସରକାର ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଉଚ୍ଚସ୍ତରୀୟ ଟିମ୍ କୁ ତଦନ୍ତ ପାଇଁ ପଠାଇଛନ୍ତି । ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ଡାକ୍ତର ବିଜୟ କୁମାର ମିଶ୍ର, ଅତିରିକ୍ତ ସଚିବ ବିଜୟ କୁମାର ଦାସ ଏବଂ ଯୁଗ୍ମ ଡିଏମ୍‌ଇଟି (DMET) ଅନୀଲ କୁମାର ସାହୁ ସାମିଲ ଅଛନ୍ତି। ପରୀକ୍ଷା ପରିଚାଳନା ସହ ଜଡ଼ିତ ବିଭିନ୍ନ ଦସ୍ତାବେଜ ଯାଞ୍ଚ କରିବା ସହ କଲେଜର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରାଯାଉଛି। କେଉଁ ପରିସ୍ଥିତିରେ ଏବଂ କେଉଁ ସ୍ତରରେ ପ୍ରଶ୍ନପତ୍ର ଲିକ୍ ହୋଇଥିଲା, ସେନେଇ ତଥ୍ୟ ସଂଗ୍ରହ କରାଯାଉଛି। ତଦନ୍ତ ଶେଷ ହେବା ପରେ ଟିମ୍ ସରକାରଙ୍କୁ ବିସ୍ତୃତ ରିପୋର୍ଟ ଦାଖଲ କରିବ। ସେହି ରିପୋର୍ଟ ଆଧାରରେ ଯଦି କୌଣସି ଅନିୟମିତତା କିମ୍ବା ଅବହେଳା ସାମ୍ନାକୁ ଆସେ, ତେବେ ସଂପୃକ୍ତ ଦୋଷୀଙ୍କ ବିରୋଧରେ କଠୋର ପଦକ୍ଷେପ ନିଆଯିବ ବୋଲି ସୂଚନା ମିଳିଛି।

Exit mobile version