June 28, 2025 3:03 pm

ପୁରୀ ମେଡିକାଲରେ ୬୦୦ରୁ ଅଧିକ ଶ୍ରଦ୍ଧାଳୁ ଭର୍ତ୍ତି:ଆଜି ପୁଣି ହବ ରଥଟଣା

ପୁରୀ ମେଡିକାଲରେ ଅସମ୍ଭାଳ ସ୍ଥିତି । ୬୦୦ରୁ ଅଧିକ ଶ୍ରଦ୍ଧାଳୁ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ରଥଟଣା ସମୟରେ ଦଳାଚକଟା ଏବଂ ଅଣନିଶ୍ବାସୀ ହୋଇ ଅଧିକାଂଶ ଶ୍ରଦ୍ଧାଳୁ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସେହିପରି କିଛି ଭକ୍ତ ସମୁଦ୍ରରେ ଗାଧେଇବା ବେଳେ ଆହତ ହୋଇ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ସେଥି ମଧ୍ୟରୁ ଅଧିକାଂଶ ମହିଳା ବୟସ୍କ ବ୍ୟକ୍ତି ଅଛନ୍ତି । ପ୍ରତି ୫ ମିନିଟରେ ବଡ଼ଦାଣ୍ଡରୁ ଆମ୍ବୁଲାନ୍ସ ଯୋଗେ ଶ୍ରଦ୍ଧାଳୁଙ୍କୁ ମେଡିକାଲକୁ ନିଆଯାଇଥିଲା ।ରଥଟଣାରେ ବିଳମ୍ବ ଯୋଗୁଁ ଅଧାରେ ଅଟକିଛି ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥ । ଆଜି ସକାଳ ସାଢ଼େ ୯ଟାରେ ପୁଣି ରଥ ଟଣାଯିବ । ବଡ଼ ଠାକୁରଙ୍କ ରଥ ବଳଗଣ୍ଡି ଓ ଦେବୀ ସୁଭଦ୍ରାଙ୍କ ରଥ ମାର୍କେଟ୍‌ ଛକ ନିକଟରେ ଅଟକି ରହିଛି । ସେପଟେ ସରକାରଙ୍କ ସମସ୍ତ ପ୍ରସ୍ତୁତି ପରେ ବି ରଥଟଣାରେ ହୋଇଥିବା ଅବ୍ୟବସ୍ଥା ଘଟଣା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଭୀଷଣ ଅସନ୍ତୁଷ୍ଟ କରିଛି । ଏବେବି ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ବଡ଼ ଦାଣ୍ଡରେ ଅଛନ୍ତି । ସାରାରାତି ତିନି ଠାକୁରଙ୍କୁ ଦର୍ଶନ କରିଛନ୍ତି । ଆଉ କିଛି ସମୟ ପରେ ପୁଣିଥରେ ରଥ ଟଣା ହେବ । ସେଥିପାଇଁ ସକାଳୁ ସକାଳୁ ମଧ୍ୟ ପ୍ରବଳ ଜନଗହଳି ଦେଖିବାକୁ ମିଳିଛି ।