Nababharat News

ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ପଟ୍ଟନାୟକ ଲେଖିଥିବା ଚିଠିର ଜବାବ ରଖିଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ସୀମା ପୁନଃ ନିର୍ଦ୍ଧାରଣ ନେଇ ଦ୍ୱନ୍ଦ୍ୱ ତିଆରି କରିବାର ପରିକଳ୍ପନା ନବୀନଙ୍କ ଭଳି ବରିଷ୍ଠ ନେତାଙ୍କୁ ଶୋଭା ଦେଉନି। ପରୋକ୍ଷ ଭାବେ ଏହାକୁ ବିରୋଧ କରିବା, ଅଟକାଇବା ମାନସିକତା ନବୀନ ଛାଡ଼ନ୍ତୁ। କେନ୍ଦ୍ର ସରକାର ଐତିହାସିକ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଏତିକି ବଢିବ ସେତିକି ବଢିବ କହି ଦ୍ୱନ୍ଦ୍ୱ କରିବା ଠିକ୍ ନୁହେଁ। ପୃଥ୍ଵୀରାଜ କହିଛନ୍ତି ଯେ, ଆଗାମୀ ଦିନରେ ସୀମା ପୁନଃ ନିର୍ଦ୍ଧାରଣ ହୋଇ ସିଟ୍ ସଂଖ୍ୟା ବଢିଲେ ଗଣତନ୍ତ୍ର ପାଇଁ ଶୁଭଙ୍କର ହେବ। ତାକୁ ବିରୋଧ କରି ସ୍ୱତନ୍ତ୍ର ଅଧିବେଶନ ଜିଦ କରିବା ପରୋକ୍ଷ ଭାବେ ମହିଳା ସଂରକ୍ଷଣକୁ ବିରୋଧ କରିବାକୁ ବିଜେଡିର ନୂଆ ଯୋଜନା। ସେହି ଦୃଷ୍ଟିରୁ ଏଭଳି ବିବାଦରୁ ନବୀନ ଦୂରେଇ ରୁହନ୍ତୁ। ନିର୍ବାଚନ ମଣ୍ଡଳୀ ସାଇଜ୍ ଯଦି ୟୁନିଫର୍ମ ରହିଲା, ଅପେକ୍ଷାକୃତ ବଡ଼ ନରହିଲା ତାହେଲେ ଜନପ୍ରତିନିଧିମାନଙ୍କୁ ସୁବିଧା ହୁଏ।

Exit mobile version