ଭୁବନେଶ୍ୱର: ୮ ଶହ ଏକର ଜମିରେ ନୂଆ ଭୁବନେଶ୍ୱର ଗଠନର ପରିକଳ୍ପନା । ରାଜଧାନୀର ଉପକଣ୍ଠରେ ଥିବା ମାଳିପଡ଼ା, ଦଶପୁର, ଅନ୍ଧାରୁଆ ଏବଂ ଗୋଠପାଟଣା ଅଞ୍ଚଳରେ ଏକ ନୂତନ ଭୁବନେଶ୍ୱର ପ୍ରତିଷ୍ଠା ହେବ । ସିଙ୍ଗାପୁର ସରକାର ଉକ୍ତ ଟାଉନସିପର ଡ୍ରଇଂ ଡିଜାଇନ୍ ଏବଂ ଲେଆଉଟ୍ ପ୍ରସ୍ତୁତ କରୁଛନ୍ତି ବୋଲି କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଦୁଇ ମାସ ମଧ୍ୟରେ ଡିପିଆର ରାଜ୍ୟ ସରକାରଙ୍କୁ ଉପସ୍ଥାପିତ କରାଯିବ । ଆଗାମୀ ପ୍ରକଳ୍ପରେ ପାର୍କ, ହସ୍ପିଟାଲ, ଲୋକଙ୍କ ପାଇଁ ବାସଗୃହ, ଶିଳ୍ପ କ୍ଷେତ୍ରକୁ ମଧ୍ୟ ଗୁରୁତ୍ୱ ଦିଆଯିବ । ୩ ଶହ କୋଟି ଟଙ୍କା ବ୍ୟୟରେ ନବୀକରଣ ହେବ ନିକୋ ପାର୍କ । ଭବିଷ୍ୟତକୁ ଆଖି ଆଗରେ ରଖି, BDA ଏହାର ପରିସରକୁ ବିସ୍ତାର କରୁଛି ଏବଂ ନୂତନ ସହର ପାଇଁ ପ୍ରସ୍ତୁତି କରୁଛି । କର୍ମଚାରୀ ସଂଖ୍ୟା ବୃଦ୍ଧି କରିବା ପାଇଁ BMCର ଯୋଜନା ରହିଛି । TP ଯୋଜନାରେ, BDA ସାଧାରଣ ଉପଯୋଗୀତା, ଜଳ ଯୋଗାଣ ଏବଂ ରାସ୍ତା ନିର୍ମାଣ ପାଇଁ ଲୋକଙ୍କୁ ସର୍ବାଧିକ ସ୍ଥାନ ଯୋଗାଇବା ପାଇଁ ବ୍ୟବସ୍ଥା କରୁଛି ବୋଲି ମନ୍ତ୍ରୀ କହିଛନ୍ତି । ମଧ୍ୟବିତ୍ତ ପରିବାରଙ୍କୁ ସ୍ଵଳ୍ପ ମୂଲ୍ୟରେ ଘର ଦେବାକୁ ଯୋଜନା ରହିଥିବା କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ।









