Nababharat News

ନ୍ୟୁଜିଲାଣ୍ଡ ଠାରୁ ଦିନିକିଆ ସିରିଜ୍ ହାରିଲା ଭାରତ

ଇନ୍ଦୋର: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆରେ ସଂଘର୍ଷ କରି ହାରିଲା ଟିମ୍ ଇଣ୍ଡିଆ ।ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍‌ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଛି। ଡାରଲି ମିଚେଲ ଓ ଗ୍ଲେନ ଫିଲିପ୍ସଙ୍କ ଶତକ ବଳରେ ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୩୩୭ ରନ୍‌ କରିଥିଲା। ଜବାବରେ କୋହଲିଙ୍କ ଶତକ ସତ୍ତ୍ୱେ ଭାରତ ୪୬ ଓଭରରେ ୨୯୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଏହି ବିଜୟ ସହ ନ୍ୟୁଜିଲାଣ୍ଡ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌କୁ ୨-୧ରେ ଜିତି ନେଇଛି। ଭାରତ ମାଟିରେ ଏହା ନ୍ୟୁଜିଲାଣ୍ଡ ପାଇଁ ପ୍ରଥମ ଦିନିକିଆ ସିରିଜ୍‌ ବିଜୟ।

Exit mobile version