Nababharat News

ହସ୍ତତନ୍ତ ବ୍ରାଣ୍ଡ ଆମ୍ବାସଡ଼ରଙ୍କୁ ଅର୍ଥ ପ୍ରଦାନ ନେଇ ପ୍ରଶ୍ନ କଲେ ଅରୁଣ ସାହୁ

ଭୁବନେଶ୍ୱର: ଓଡ଼ିଶା ହସ୍ତତନ୍ତ ବ୍ରାଣ୍ଡ ଆମ୍ବାସଡର ହେବାକୁ ବଲିଉଡ ଅଭିନେତ୍ରୀ ମାଧୁରୀ ମୋଟା ଅର୍ଥ ନେଇଛନ୍ତି। ମାଧୁରୀଙ୍କୁ ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ବିମାନ ସହ ରହିବା ଓ ଖାଇବା ଖର୍ଚ୍ଚ ଅଲଗା ନେଇଛନ୍ତି ବୋଲି ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ବୟନ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ବୟନ ଶିଳ୍ପ ମନ୍ତ୍ରୀ କହିଛନ୍ତି ଏହାଦ୍ଵାରା ଓଡିଶା ବୁଣାକାର ମାନଙ୍କର ସାମାଜିକ ଓ ଆର୍ଥିକ ମାନଦଣ୍ଡରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିବ । ସେ କହିଛନ୍ତି ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କୁ ୨୦୨୫ରେ ନିଯୁକ୍ତି କରାଯାଇଛି । ଯାହାଦ୍ଵାରା ଓଡିଶା ବୁଣାକାର ମାନଙ୍କର ସାମାଜିକ ଓ ଆର୍ଥିକ ମାନଦଣ୍ଡରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିବ ।

Exit mobile version