December 6, 2025 11:08 am

କଟକ ଗଣ୍ଡଗୋଳ ଘଟଣାରେ ୮ଜଣଙ୍କୁ ଗିରଫ କଲା ପୋଲିସ

କଟକ :କଟକ ଗଣ୍ଡଗୋଳ ଘଟଣାରେ ୮ଜଣଙ୍କୁ ଗିରଫ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍‍ ଦେବଦତ୍ତ ସିଂହ । ଆଗକୁ କାର୍ଯ୍ୟାନୁଷ୍ଠାନ ଆହୁରି ଜୋରଦାର ହେବ ବୋଲି ସେ କହିଛନ୍ତି । ୩ଟି ମାମଲାରେ ୮ଜଣଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ ସଙ୍ଗୀନ ଦଫା ଲଗାଇଛି ପୋଲିସ । ବିନା ଅନୁମତିରେ ଶୋଭାଯାତ୍ରା ବହାର କରିବା, ବେଆଇନ ଭାବେ ସହର ପରିକ୍ରମା କରି ଏକାଠି ହେବା, ପୋଲିସ ଉପରେ ଆକ୍ରମଣ ଭଳି ମାମଲା ରୁଜୁ କରିଛି ପୋଲିସ ।କଟକରେ ଧୀରେ ଧୀରେ ଶାନ୍ତି ଫେରୁଛି । ବିଶୃଙ୍ଖଳାକାରୀଙ୍କ ବିରୋଧରେ ପୋଲିସ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । କଟକରେ ଶାନ୍ତି ଓ ସଦଭାବନା ବଜାୟ ରଖିବା ପାଇଁ ଜନସାଧାରଣଙ୍କୁ ନିବେଦନ କରାଯାଉଛି ।

Leave a Comment