February 26, 2026 10:01 pm

ଶ୍ରୀଗୁଣ୍ଡିଚା ମନ୍ଦିର ଦଳାଚକଟା ପାଇଁ ୭ ପୋଲିସ କର୍ମଚାରୀ ଦାୟୀ

ଭୁବନେଶ୍ୱର: ଚଳିତ ବର୍ଷ ରଥଯାତ୍ରା ସମୟରେ ଶ୍ରୀଗୁଣ୍ଡିଚା ସମ୍ମୁଖରେ ଦଳାଚକଟାରେ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିଲା । ଘଟଣାରେ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ନେତୃତ୍ୱରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉନ୍ନୟନ କମିଶନର ତଦନ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ । ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପୋଲିସ ଡିଜିଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ଗୃହ ବିଭାଗର ଅତିରିକ୍ତ ସଚିବ ସୌମେନ୍ଦ୍ର ପାତ୍ର ।ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଚିଠି ଆଧାରରେ ଗୃହ ବିଭାଗର ଅତିରିକ୍ତ ସଚିବ ସୌମେନ୍ଦ୍ର ପାତ୍ର ଲେଖିଥିବା ଚିଠିରେ ଦର୍ଶାଯାଇଛି ଯେ, ୭ ଜଣ ପୋଲିସ ଅଧିକାରୀଙ୍କ କାର୍ଯ୍ୟରେ ଅବହେଳା କାରଣରୁ ଏଭଳି ଦୁର୍ଭାଗ୍ୟଜନକ ଘଟଣା ଘଟିଥିଲା । ସେମାନେ ହେଉଛନ୍ତି କୋରାପୁଟରେ କାର୍ଯ୍ୟରତ ଓଏସଏପି କମାଣ୍ଡାଣ୍ଟ ଅଜୟ କୁମାର ପାଢ଼ୀ, କମିଶନରେଟ ପୋଲିସର ହେର୍ଡକ୍ୱାର୍ଟର ଡିସିପି ବିଷ୍ଣୁପ୍ରସାଦ ପତି, କମାଣ୍ଡାଣ୍ଟ ତାପସ ରଞ୍ଜନ ଦାସ, କେକେ ନାୟକ, ସିଟି ଡିଏସପି ପ୍ରଶାନ୍ତ ସାହୁ, କୁମ୍ଭାରପଡା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ, ଛତ୍ରପୁରରେ କାର୍ଯ୍ୟରତ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ କାର୍ଯ୍ୟରେ ଅବହେଳା କରିଥିବା ଦର୍ଶାଯାଇଛି ।ଏବଂ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସୁପାରିସ କରାଯାଇଛି ।