April 12, 2026 3:26 am

ରାଜଧାନୀର ପାଶ୍ବବର୍ତ୍ତୀ ନଦୀ ଗୁଡିକର ହେବ ପୁନରୁଦ୍ଧାର

ଭୁବନେଶ୍ବର: ଭୁବନେଶ୍ବରର ପାଶ୍ବବର୍ତ୍ତୀ ନଦୀ ଗୁଡିକର ପୁନରୁଦ୍ଧାର ହବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ସେ କହିଛନ୍ତି ଯେ, ପ୍ରାଚୀ, ଧନୁଆ, ଦୟା ନଦୀର ପୁନରୁଦ୍ଧାର ହେବ । ପ୍ରାଚୀ ନଦୀର ପୁନଃରୁଦ୍ଧାର ପାଇଁ ୩୦୦ କୋଟି ଟଙ୍କା ମଂଜୁର ହୋଇଥିବା ବେଳେ ଭୁବନେଶ୍ୱର-ଜୟଦେବ ଅଂଚଳରେ ଥିବା ଧନୁଆ ନଦୀର ପୁନଃରୁଦ୍ଧାର ପାଇଁ ଦ୍ଵିତୀୟ ଫେଜ୍ ରେ ୭୫ କୋଟି ଟଙ୍କା ଅନୁମୋଦନ ହୋଇସାରିଛି । ଏଥିସହିତ ସଂଜୀବନୀ ଯୋଜନାରେ ଦୟା ନଦୀର ପୁନଃରୁଦ୍ଧାର ପାଇଁ ୧୭୦ କୋଟି ଟଙ୍କା ଏବଂ ଦୟା ପଶ୍ଚିମ କେନାଲ ପୁନଃରୁଦ୍ଧାର ଓ ଉନ୍ନତିକରଣ କରିବା ପାଇଁ ୪୦୦ କୋଟି ଟଙ୍କା ଅନୁମୋଦନ ହୋଇଛି, ଏବଂ ଖୁବ ଶୀଘ୍ର ସମସ୍ତ କାର୍ଯ୍ୟ ଆରମ୍ଭ ହେବ ବୋଲି ଘୋଷଣା କରିଥିଲେ । ଭୁବନେଶ୍ୱର ଉପକଣ୍ଠ ଅଞ୍ଚଳର ଉନ୍ନତି ପାଇଁ ମୋଟ ଉପରେ ୧ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏଥିପାଇଁ ସରକାର ବଜେଟରେ ଆର୍ଥିକ ବ୍ୟବସ୍ଥା କରିଛନ୍ତି ।