February 26, 2026 6:42 pm

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି​​​​​​​ ପ୍ରକାଶ ହେଇଛି l୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।​​​​​​​ ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ, ୬ ତାରିଖରେ ହେବ ଯାଞ୍ଚ। ମାର୍ଚ୍ଚ ୯ ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ହେବ ଭୋଟ୍ ଗ୍ରହଣ l ଅପରାହ୍ଣରେ ହେବ ଭୋଟ୍ ଗଣତି l ଆସନ୍ତା ଏପ୍ରିଲରେ ଓଡ଼ିଶା ସମେତ ୧୦ଟି ରାଜ୍ୟ ମହାରାଷ୍ଟ୍ର, ଓଡ଼ିଶା, ତାମିଲନାଡ଼ୁ, ପଶ୍ଚିମବଙ୍ଗ, ତେଲେଙ୍ଗାନା, ଆସାମ, ବିହାର, ଛତିଶଗଡ଼, ହରିୟାଣା ଏବଂ ହିମାଚଳ ପ୍ରଦେଶରେ ରାଜ୍ୟସଭା ପଦ ଖାଲି ହେବ । ଏପ୍ରିଲ ୨ ତାରିଖରେ ମହାରାଷ୍ଟ୍ରର ୭, ଓଡ଼ିଶାର ୪, ତାମିଲନାଡ଼ୁର ୬ ଓ ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ । ସେହିପରି ଏପ୍ରିଲ ୯ରେ ତେଲେଙ୍ଗାନାର ୨ଟି, ଆସାମର ୩, ବିହାରର ୫, ଛତିଶଗଡ଼ର ୨, ହରିୟାଣାର ୨ ଏବଂ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବ ।