February 27, 2026 12:15 am

ସଞ୍ଜୀବ ପଣ୍ଡା ଟୁଇନ୍ ସିଟି ପୁଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ 

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଧିକାରୀ ସଞ୍ଜୀବ ପଣ୍ଡା ଟୁଇନ୍ ସିଟିର ନୂଆ ପୁଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ବିଦାୟୀ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି।ପୁଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି।

ଏହି ଅବସରରେ ନୂଆ ପୁଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି, ଆଗକୁ ସାଧାରଣ ନିର୍ବାଚନ ଥିବାରୁ ତାହାକୁ କିପରି ସୁରଖୁରୁରେ ସମ୍ପାଦନ କରାଯିବ, ସେଥିନିମନ୍ତେ ଏବେଠୁ ପ୍ରସ୍ତୁତି ଆରମ୍ଭ କରିବୁ। ଏଥିସହ ୫ଟି ଓ ମୋ’ ସରକାରର ସମସ୍ତ ନିୟମ ଅନୁପାଳନ କରିବୁ। ଏହାଦ୍ୱାରା ପୁଲିସ୍‌ ସାଧାରଣ ଲୋକଙ୍କ ନିକଟତର ହେବା ସହ ଅଧିକ ସେବା ଯୋଗାଇ ଦେଇ ପାରିବ।

୧୯୯୪ ବ୍ୟାଚର ଓଡ଼ିଆ ଆଇପିଏସ୍ ଅଧିକାରୀ ହେଉଛନ୍ତି ସଞ୍ଜୀବ ପଣ୍ଡା। ପୁଲିସ କମିଶନର ଦାୟିତ୍ୱ ନେବା ପୂର୍ବରୁ ସେ ରାଜ୍ୟ ପୁଲିସ ହାଉସିଂ ୱେଲଫେୟାର କର୍ପୋରେସନର ସିଏମଡି ଦାୟିତ୍ୱରେ ଥିଲେ। ପୂର୍ବରୁ ସେ ପୁରୀ ଆରକ୍ଷୀ ଅଧୀକ୍ଷକ, ଆଇଜି ପର୍ସନାଲ, ଆଇଜି ଓଏସ୍ଏପି, ଏଡିଜି କ୍ରାଇମବ୍ରାଞ୍ଚ, ପରିବହନ କମିଶନର ଆଦି ବିଭିନ୍ନ ଦାୟିତ୍ୱ ନିର୍ବାହ କରିଛନ୍ତି।