ପୁରୀ :ଆଉ ଶ୍ରୀ ମନ୍ଦିର ଭିତରେ ମନ ଇଛା ମୋବାଇଲ୍ ବ୍ୟବହାର କରିପାରିବେନି ସେବାୟତ। ମୋବାଇଲ ବ୍ୟବହାର ଉପରେ ଲାଗିଲା କଟକଣା lଯଦି କଥାବାର୍ତ୍ତା କରିବା ପାଇଁ ଦରକାର, ତାହେଲେ ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟକୁ ଯାଇ ଫୋନ୍ ବ୍ୟବହାର କରିପାରିବେ। ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ଭିତରେ ମୋବାଇଲରେ ବାରମ୍ବାର ଫଟୋ ଉଠୁଥିବାରୁ ଏଥିପାଇଁ କଡ଼ା ଆଇନ ଆସିବା ଆବଶ୍ୟକ ବୋଲି ସେ କହିଛନ୍ତି। ଏଥିପାଇଁ ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ପାଇଁ ପରିଚାଳନା କମିଟି ସରକାରଙ୍କୁ ଅନୁରୋଧ କରଛି।
ଶ୍ରୀମନ୍ଦିରରେ ସେବାୟତଙ୍କ ଉପରେ ଲାଗିଲା ମୋବାଇଲ୍ କଟକଣା
