Nababharat News

ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ୩୪ ବର୍ଷ ବୟସରେ ପରଲୋକ । ଭୁବନେଶ୍ୱର ଏମ୍ସରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ । ସେ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ । ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଛି । ତାଙ୍କ ର ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍‌ସ ସ୍ଥାନାନ୍ତର କରାଯାଇଥିଲା । ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍‌ରେ ବହୁ ରୋମାଣ୍ଟିକ୍‌ ଗୀତ ଭେଟି ଦେଇଥିବା ହ୍ୟୁମାନ୍‌ ସାଗର ଘରେ ଘରେ ପରିଚିତ ଥିଲେ l

Exit mobile version