April 12, 2026 10:35 pm

ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ।

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ବୁଧବାର ସନ୍ଧ୍ୟାରେ ପ୍ରାର୍ଥୀ ଘୋଷଣା କରିଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି। ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଯାଇଛି। ଆସନ୍ତା ନଭେମ୍ବର ୧୧ ତାରିଖରେ ଏଠାରେ ମତଦାନ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି। କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ, ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ ପ୍ରାର୍ଥିପତ୍ର ଦାଖଲ କରିବେ। ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ। ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକ ହାସଲ କରିଛନ୍ତି।