ଭୁବନେଶ୍ୱର: ରାଜ୍ୟ ସରକାର ସରକାରୀ କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ିଛି । ବର୍ତ୍ତମାନ ମିଳୁଥିବା ୫୫ ପ୍ରତିଶତରୁ ମହଙ୍ଗା ଭତ୍ତା ବଢ଼ି ୫୮ ପ୍ରତିଶତ ହୋଇଛି । ବର୍ଦ୍ଧିତ ମହଙ୍ଗା ଭତ୍ତା ଗତ ଜୁଲାଇରୁ ପିଛିଲା ଭାବେ ଲାଗୁ ପାଇଁ ଘୋଷଣା କରାଯାଇଛି । ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ। ଏହା ହେଉଛି ସରକାରୀ କର୍ମଚାରୀମାନଙ୍କର ଦୀପାବଳି ଭେଟି ।
ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ଦୀପାବଳି ଭେଟି
