Nababharat News

ନିଟ୍‌-ୟୁଜି ପୁନଃ ପରୀକ୍ଷା ପାଇଁ କଡ଼ା କଟକଣା: ଟେଲିଗ୍ରାମକୁ ଜୁନ୍ ୨୨ ଯାଏଁ ଅସ୍ଥାୟୀ ଭାବେ ବନ୍ଦ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜୁନ୍ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମକୁ ଅସ୍ଥାୟୀ ଭାବେ ବନ୍ଦ କରିଛନ୍ତି । ଛାତ୍ରଛାତ୍ରୀଙ୍କ ସ୍ବାର୍ଥ ଦୃଷ୍ଟିରୁ କେନ୍ଦ୍ର ସରକାରଙ୍କ ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲାଗିଛି । NEET UG ପୁନଃପରୀକ୍ଷା ଜୁନ୍ ୨୧ ତାରିଖରେ ଅନୁଷ୍ଠିତ ହେବ । ଏହା ସହିତ ଟେଲିଗ୍ରାମରେ ମେସେଜ୍ ଏଡିଟିଂ ଫିଚରକୁ ଜୁନ୍ ୩୦ ପର୍ଯ୍ୟନ୍ତ ଆକ୍ସେସ୍ କରିପାରିବେ ନାହିଁ । କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଛି NTA । ସୂଚାନଥାଉ କି, କେନ୍ଦ୍ର ସରକାର ୨୧ ଜୁନରେ ହେବାକୁ ଥିବା ନିଟ୍-ୟୁଜି ପୁନଃ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରସୋର କରିଛି । ପୂର୍ବରୁ ମଇରେ ହୋଇଥିବା ପରୀକ୍ଷାରେ କିଛି ପ୍ରଶ୍ନ ଲିକ୍ ହେବା ଅଭିଯୋଗ ହେବା ପରେ ପରୀକ୍ଷାକୁ ବାତିଲ କରାଯାଇଥିଲା । ଛାତ୍ରଛାତ୍ରୀମାନଙ୍କୁ ଆଶ୍ୱସ୍ତି ଦେବା ପାଇଁ ଅନେକ ପରିବର୍ତ୍ତନ ଘୋଷଣା କରିଛି NTA । ଏଥର ପରୀକ୍ଷା ଅପରାହ୍ନ ୨ଟା ରୁ ୫.୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ମୋଟ ୧୯୫ ମିନିଟ୍ ଅବଧି ରହିବ । ୧୫ ମିନିଟ୍ ଅତିରିକ୍ତ ସମୟ ଦିଆଯାଇଛି । ସେହିପରି ରଫ୍ ଓ୍ୱର୍କ ପାଇଁ ମଧ୍ୟ ସୁବିଧା ଯୋଗାଇ ଦିଆଯାଇଛି । ପ୍ରଥମରେ ୨ଟି ପୃଷ୍ଠା ଏବଂ ଶେଷରେ ଆଉ ୨ ପୃଷ୍ଠା ରହିବ । ଯାହାଦ୍ବାରା ଛାତ୍ରଙ୍କୁ ଅଧିକ ସୁବିଧା ମିଳିବ ।

Exit mobile version