Nababharat News

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ, ସନ୍ଧ୍ୟା ୫ଟାରୁ ସୁନାବେଶ ଆରମ୍ଭ ହେବ। ରାତି ୧୧ଟା ପର୍ଯ୍ୟନ୍ତ ସୁନାବେଶରେ ଦର୍ଶନ ଦେବା ପରେ ବେଶ ଓଲାଗି (ଖୋଲା ହେବ) ହେବ। ଶୃଙ୍ଖଳିତ ଦର୍ଶନ ତଥା ଭିଡ଼ ନିୟନ୍ତ୍ରଣ ପାଇଁ ପ୍ରତିବର୍ଷ ଭଳି ମାର୍କେଟ୍‌ ଛକରୁ ବଡ଼ଦାଣ୍ଡରେ ବାରିକେଡ୍‌ ବ୍ୟବସ୍ଥା କରାଯାଉଛି। ଭକ୍ତ ବଡ଼ଦାଣ୍ଡରେ ବାମପାର୍ଶ୍ବରୁ ଦର୍ଶନ ପାଇଁ ପ୍ରବେଶ କରିବେ। ରଥ ଆଗ ଦେଇ ଦର୍ଶନ ସାରିବା ପରେ ଡାହାଣ ପାର୍ଶ୍ବରେ ପ୍ରସ୍ଥାନ କରିବେ।ଗତକାଲି ବାହୁଡ଼ା ଯାତ୍ରା ସମୟରେ ଭିଡ଼ ଯୋଗୁଁ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ,ଦର୍ପଦଳନ ରଥ ନିକଟରେ ଭକ୍ତ ଜଣଙ୍କ ହଠାତ ଅସୁସ୍ଥ ହୋଇ ପଡ଼ିଥିଲେ। ସେଠାରୁ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ପଠାଯାଇଥିଲା, କିନ୍ତୁ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ଜଣଙ୍କ କଟକ ଜିଲାର ବୋଲି ଜଣାପଡ଼ିଥିବାବେଳେ ତାଙ୍କର ନାମ ଅଭିରାମ ଦାସ ବୋଲି ଜଣାପଡ଼ିଛି।ତାଙ୍କୁ ୫୭ ବର୍ଷ ବୟସ ହୋଇଥିଲା।

Exit mobile version