February 26, 2026 10:19 am

ଆଜି ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ:ଆଜି ଶ୍ରୀମନ୍ଦିରରେ ବିଜୟାଦଶମୀ ତଥା ଦଶହରା ପର୍ବ । ଏହି ଅବସରରେ ରତ୍ନସିଂହାସନରେ ଶ୍ରୀବିଗ୍ରହଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି । କିରିଟି , ଚୁଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ଯ୍ୟ, ଶ୍ରୀଭୂଜ, ଶ୍ରୀପୟର ଓ ଘାଗଡ଼ା ମାଳି ଆଦି ସ୍ବର୍ଣ୍ଣଅଳଙ୍କାରରେ ବିଭୂଷିତ ହୋଇଛନ୍ତି ଜଗତ ଠାକୁର । ଶ୍ରୀମନ୍ଦିରରେ ଅବକାଶ ନିତୀ ପରେ ଶ୍ରୀଜିଉଙ୍କର ସୁନାବେଶ ଅନୁଷ୍ଠିତ ହୋଇଛି । ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ଶ୍ରୀମନ୍ଦିରକୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କଲେ ଅନନ୍ତ କୋଟି ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି ।ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବେ ।