April 13, 2026 12:26 am

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡିଶାରେ ନିର୍ବାଚନ ପ୍ରଚାର ଆରମ୍ଭ କରିବେ ଏପ୍ରିଲ ୨୫ରେ 

ଭୁବନେଶ୍ୱର: ଓଡ଼ିଶାରେ ‘ମା, ମାଟି, ମାତୃଭାଷା, ଓଡିଆ ଅସ୍ମିତା’ର ସୁରକ୍ଷାକୁ ମୁଖ୍ୟ ପ୍ରସଙ୍ଗ କରି ନିର୍ବାଚନରେ ଲଢ଼େଇ କରିବ ଭାରତୀୟ ଜନତା ପାର୍ଟି । ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ଆସନ୍ତା ୨୫ ତାରିଖ ଦିନ ସୋନପୁରଠାରେ ଅନୁଷ୍ଠିତ ହେବାକୁ ଥିବା ଜନସଭାରେ ଯୋଗଦେବେ ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହା ୨୫ ତାରିଖ ଅପରାହ୍ନରେ ସୋନପୁର ଜନସଭାକୁ ସମ୍ଭୋଧନ କରିବା ପରେ ସଂଧ୍ୟାରେ ଭୁବନେଶ୍ୱର ପହଂଚି ରାତ୍ରିଯାପନ କରିବେ। ଏହି ଅବସରରେ ଶ୍ରୀ ଶାହା ଦଳୀୟ କାର୍ଯ୍ୟକର୍ତାଙ୍କୁ ଭେଟିବା ସହ ନିର୍ବାଚନ ପରିଚାଳନା ପ୍ରସଙ୍ଗରେ ଦଳୀୟ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।