Nababharat News

ବଢ଼ିଲା ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା

ଭୁବନେଶ୍ୱର: ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର। ବଢିଲା ମାସିକ ଭତ୍ତା। ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି। ସୂଚନାଥାଉ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ।

Exit mobile version